27ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।’
28ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ‘ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
29ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!
30ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ବୁକୁ ଫେରିଯାଅ।
31ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।’