ଦ୍ୱିତୀୟ ବିବରଣ 5

ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ବୁକୁ ଫେରିଯାଅ।

Deuteronomy 5:30 (UKJV) Go say to them, Get you into your tents again.

28ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ‘ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।

29ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!

30ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ବୁକୁ ଫେରିଯାଅ।

31ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।’

32ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.