ଦ୍ୱିତୀୟ ବିବରଣ 5

ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।

Deuteronomy 5:32 (UKJV) All of you shall observe to do therefore as the LORD your God has commanded you: all of you shall not turn aside to the right hand or to the left.

30ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ବୁକୁ ଫେରିଯାଅ।

31ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।’

32ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।

33ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.