5ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,
6ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ।
7ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
8ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।
9ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;