11ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,
12ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ।
13ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।
14ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚାଦ୍ଗାମୀ ହେବ ନାହିଁ;
15ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।