15ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
16ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।
17ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।
18ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,
19ଯେଉଁ ଦେଶ ବିଷୟରେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ତୁମ୍ଭେ ସେହି ଉତ୍ତମ ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।