ଦ୍ୱିତୀୟ ବିବରଣ 6

“ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ?” ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,

Deuteronomy 6:20 (UKJV) And when your son asks you in time to come, saying, What mean the testimonies, and the statutes, and the judgments, which the LORD our God has commanded you?

18ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,

19ଯେଉଁ ଦେଶ ବିଷୟରେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ତୁମ୍ଭେ ସେହି ଉତ୍ତମ ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।

20“ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ?” ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,

21ତୁମ୍ଭେ ଆପଣା ସନ୍ତାନକୁ କହିବ, “ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;

22ଆଉ ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିସର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.