ଦ୍ୱିତୀୟ ବିବରଣ 6

ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ।

Deuteronomy 6:23 (UKJV) And he brought us out from thence, that he might bring us in, to give us the land which he swore unto our fathers.

21ତୁମ୍ଭେ ଆପଣା ସନ୍ତାନକୁ କହିବ, “ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;

22ଆଉ ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିସର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ।

23ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ।

24ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ଜୀବିତ ରଖିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।

25ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.