ଦ୍ୱିତୀୟ ବିବରଣ 6

ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।

Deuteronomy 6:3 (UKJV) Hear therefore, O Israel, and observe to do it; that it may be well with you, and that all of you may increase mightily, as the LORD God of your fathers has promised you, in the land that flows with milk and honey.

1ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।

2ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।

3ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।

4ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।

5ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.