2ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।
3ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।
4ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।
5ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।
6ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।