ଦ୍ୱିତୀୟ ବିବରଣ 6

ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।

Deuteronomy 6:5 (UKJV) And you shall love the LORD your God with all yours heart, and with all your soul, and with all your might.

3ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।

4ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।

5ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।

6ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।

7ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.