ଦ୍ୱିତୀୟ ବିବରଣ 6

ଆଉ ତୁମ୍ଭେ ଚିହ୍ନସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।

Deuteronomy 6:8 (UKJV) And you shall bind them for a sign upon yours hand, and they shall be as frontlets between yours eyes.

6ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।

7ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।

8ଆଉ ତୁମ୍ଭେ ଚିହ୍ନସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।

9ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।

10ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବ ନିକଟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭକୁ ଉପସ୍ଥିତ କରାଇଲା ଉତ୍ତାରେ ତୁମ୍ଭେ ଯାହା ନିର୍ମାଣ କରି ନାହଁ, ଏପରି ବୃହତ ଓ ସୁନ୍ଦର ନଗର,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.