11ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କରିବ।
12ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।
13ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।
14ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।
15ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁସବୁ ମିସରୀୟ ମନ୍ଦ ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ।