14ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।
15ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁସବୁ ମିସରୀୟ ମନ୍ଦ ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ।
16ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।
17ଯେବେ ତୁମ୍ଭେ ଆପଣା ମନେ ମନେ କହିବ, “ଏହି ଗୋଷ୍ଠୀୟ ଲୋକମାନେ ଆମ୍ଭଠାରୁ ଅଧିକ; ଆମ୍ଭେ କିପରି ସେମାନଙ୍କୁ ଅଧିକାରଚ୍ୟୁତ କରି ପାରିବା?” ତଥାପି ତୁମ୍ଭେ ସେମାନଙ୍କଠାରୁ ଭୀତ ହେବ ନାହିଁ।
18ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି;