ଦ୍ୱିତୀୟ ବିବରଣ 7

ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।

Deuteronomy 7:2 (UKJV) And when the LORD your God shall deliver them before you; you shall strike them, and utterly destroy them; you shall make no covenant with them, nor show mercy unto them:

1ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;

2ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।

3ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।

4କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.