20ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ।
21ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।
22ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।
23ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।
24ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।