21ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।
22ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।
23ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।
24ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।
25ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;