24ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।
25ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;
26ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।