ଦ୍ୱିତୀୟ ବିବରଣ 7

ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ।

Deuteronomy 7:5 (UKJV) But thus shall all of you deal with them; all of you shall destroy their altars, and break down their images, and cut down their groves, and burn their graven images with fire.

3ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।

4କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।

5ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ।

6କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।

7ତୁମ୍ଭେମାନେ ଅନ୍ୟ ଲୋକଙ୍କ ଅପେକ୍ଷା ଅଧିକ ସଂଖ୍ୟକ ଥିଲ ବୋଲି ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସ୍ନେହ ରଖିଲେ ନାହିଁ କି ତୁମ୍ଭମାନଙ୍କୁ ମନୋନୀତ କଲେ ନାହିଁ, କାରଣ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଅଳ୍ପସଂଖ୍ୟକ ଥିଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.