11ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।
12ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ,
13ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ, ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ,
14ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,
15ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;