ଦ୍ୱିତୀୟ ବିବରଣ 8

ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;

Deuteronomy 8:15 (UKJV) Who led you through that great and terrible wilderness, wherein were fiery serpents, and scorpions, and drought, where there was no water; who brought you forth water out of the rock of flint;

13ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ, ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ,

14ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,

15ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;

16ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।

17ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.