14ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,
15ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;
16ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।
17ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।”
18ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।