ଦ୍ୱିତୀୟ ବିବରଣ 8

ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।

Deuteronomy 8:19 (UKJV) And it shall be, if you do at all forget the LORD your God, and walk after other gods, and serve them, and worship them, I testify against you this day that all of you shall surely perish.

17ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।”

18ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।

19ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।

20ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.