1ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।
2ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।
3ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।
4ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।