ଦ୍ୱିତୀୟ ବିବରଣ 8

ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।

Deuteronomy 8:6 (UKJV) Therefore you shall keep the commandments of the LORD your God, to walk in his ways, and to fear him.

4ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।

5ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।

6ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।

7କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;

8ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.