7କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;
8ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;
9ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।
10ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।
11ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।