ଦ୍ୱିତୀୟ ବିବରଣ 9

ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;

Deuteronomy 9:1 (UKJV) Hear, O Israel: You are to pass over Jordan this day, to go in to possess nations greater and mightier than yourself, cities great and fenced up to heaven,

1ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;

2ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”

3ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.