ଦ୍ୱିତୀୟ ବିବରଣ 9

ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା।

Deuteronomy 9:10 (UKJV) And the LORD delivered unto me two tables of stone written with the finger of God; and on them was written according to all the words, which the LORD spoke with you in the mount out of the midst of the fire in the day of the assembly.

8ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।

9ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍‍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,

10ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା।

11ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍‍, ନିୟମର ଫଳକ ମୋତେ ଦେଲେ।

12ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.