9ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
10ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା।
11ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍, ନିୟମର ଫଳକ ମୋତେ ଦେଲେ।
12ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
13ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।