ଦ୍ୱିତୀୟ ବିବରଣ 9

ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।”

Deuteronomy 9:14 (UKJV) Let me alone, that I may destroy them, and blot out their name from under heaven: and I will make of you a nation mightier and greater than they.

12ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”

13ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।

14ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।”

15ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।

16ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.