18ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
19କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।
20ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
21ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।
22ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।