21ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।
22ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
23ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”
24ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
25ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।