ଦ୍ୱିତୀୟ ବିବରଣ 9

ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।

Deuteronomy 9:25 (UKJV) Thus I fell down before the LORD forty days and forty nights, as I fell down at the first; because the LORD had said he would destroy you.

23ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”

24ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।

25ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।

26ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।

27ଅବ୍ରହାମ, ଇସ୍‌ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.