ଦ୍ୱିତୀୟ ବିବରଣ 9

ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।

Deuteronomy 9:26 (UKJV) I prayed therefore unto the LORD, and said, O Lord GOD, destroy not your people and yours inheritance, which you have redeemed through your greatness, which you have brought forth out of Egypt with a mighty hand.

24ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।

25ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।

26ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।

27ଅବ୍ରହାମ, ଇସ୍‌ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।

28କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.