ଦ୍ୱିତୀୟ ବିବରଣ 9

ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।

Deuteronomy 9:6 (UKJV) Understand therefore, that the LORD your God gives you not this good land to possess it for your righteousness; for you are a stubborn people.

4ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।

5ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।

6ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।

7ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।

8ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.