ଉପଦେଶକ 1

ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।

Ecclesiastes 1:10 (UKJV) Is there any thing whereof it may be said, See, this is new? it has been already of old time, which was before us.

8ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।

9ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।

10ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।

11ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।

12ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.