ଉପଦେଶକ 1

ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।

Ecclesiastes 1:4 (UKJV) One generation passes away, and another generation comes: but the earth abides for ever.

2ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।”

3ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, ତାହାର ସେହିସବୁରୁ କି ଲାଭ?

4ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।

5ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।

6ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.