ଉପଦେଶକ 1

ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।

Ecclesiastes 1:6 (UKJV) The wind goes toward the south, and turns about unto the north; it whirls about continually, and the wind returns again according to his circuits.

4ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।

5ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।

6ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।

7ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।

8ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.