ଉପଦେଶକ 10

ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?

Ecclesiastes 10:14 (UKJV) A fool also is full of words: a man cannot tell what shall be; and what shall be after him, who can tell him?

12ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।

13ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।

14ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?

15ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।

16ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.