ଉପଦେଶକ 10

ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।

Ecclesiastes 10:15 (UKJV) The labour of the foolish wearies every one of them, because he knows not how to go to the city.

13ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।

14ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?

15ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।

16ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।

17ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.