ଉପଦେଶକ 12

ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।

Ecclesiastes 12:13 (UKJV) Let us hear the conclusion of the whole matter: Fear God, and keep his commandments: for this is the whole duty of man.

11ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।

12ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।

13ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।

14ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.