ଉପଦେଶକ 12

ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;

Ecclesiastes 12:2 (UKJV) While the sun, or the light, or the moon, or the stars, be not darkened, nor the clouds return after the rain:

1ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି।

2ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;

3ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;

4ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.