ଉପଦେଶକ 12

ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;

Ecclesiastes 12:4 (UKJV) And the doors shall be shut in the streets, when the sound of the grinding is low, and he shall rise up at the voice of the bird, and all the daughters of music shall be brought low;

2ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;

3ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;

4ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;

5ଆହୁରି, ସେମାନେ ଉଚ୍ଚସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;

6ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.