ଉପଦେଶକ 12

ଉପଦେଶକ କହନ୍ତି, ଅସାରର ଅସାର, ସବୁ ହିଁ ଅସାର।

Ecclesiastes 12:8 (UKJV) Vanity of vanities, says the preacher; all is vanity.

6ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;

7ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।

8ଉପଦେଶକ କହନ୍ତି, ଅସାରର ଅସାର, ସବୁ ହିଁ ଅସାର।

9ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।

10ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.