ଉପଦେଶକ 2

ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”

Ecclesiastes 2:1 (UKJV) I said in mine heart, Go to now, I will prove you with delight, therefore enjoy pleasure: and, behold, this also is vanity.

1ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”

2ମୁଁ ହାସ୍ୟ ବିଷୟରେ କହିଲି, “ତାହା ପାଗଳାମି”, ଆନନ୍ଦ ବିଷୟରେ କହିଲି, “ତାହା କଅଣ କରେ?”

3ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ-ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣି ପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.