ଉପଦେଶକ 2

ପୁଣି, ମୋʼ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।

Ecclesiastes 2:10 (UKJV) And whatsoever mine eyes desired I kept not from them, I withheld not my heart from any joy; for my heart rejoiced in all my labour: and this was my portion of all my labour.

8ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।

9ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼ ଠାରେ ରହିଲା।

10ପୁଣି, ମୋʼ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।

11ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।

12ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.