ଉପଦେଶକ 2

ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋʼ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି?” ତହୁଁ ମୁଁ ମନେ ମନେ କହିଲି, ଏହା ହିଁ ଅସାର।

Ecclesiastes 2:15 (UKJV) Then said I in my heart, As it happens to the fool, so it happens even to me; and why was I then more wise? Then I said in my heart, that this also is vanity.

13ତହୁଁ ମୁଁ ଦେଖିଲି, ଯେପରି ଅନ୍ଧକାର ଅପେକ୍ଷା ଦୀପ୍ତି ଉତ୍ତମ, ସେପରି ଅଜ୍ଞାନତା ଅପେକ୍ଷା ଜ୍ଞାନ ଉତ୍ତମ।

14ଜ୍ଞାନବାନ‍ର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।

15ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋʼ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି?” ତହୁଁ ମୁଁ ମନେ ମନେ କହିଲି, ଏହା ହିଁ ଅସାର।

16କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।

17ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତକାର୍ଯ୍ୟ ମୋʼ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.