ଉପଦେଶକ 2

ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।

Ecclesiastes 2:20 (UKJV) Therefore I went about to cause my heart to despair of all the labour which I took under the sun.

18ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହି ସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।

19ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।

20ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।

21କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।

22ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କʼଣ ପାଏ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.