ଉପଦେଶକ 2

କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।

Ecclesiastes 2:23 (UKJV) For all his days are sorrows, and his travail grief; yea, his heart takes not rest in the night. This is also vanity.

21କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।

22ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କʼଣ ପାଏ?

23କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର କାର୍ଯ୍ୟ ମନସ୍ତାପଜନକ; ରାତ୍ରିରେ ମଧ୍ୟ ତାହାର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।

24ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।

25କାରଣ ତାହାଙ୍କ ବିନା କିଏ ଭୋଜନ କରି ପାରିବ ଅବା ସୁଖଭୋଗ କରି ପାରିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.