ଉପଦେଶକ 2

ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋʼ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;

Ecclesiastes 2:7 (UKJV) I got me servants and maidens, and had servants born in my house; also I had great possessions of great and small cattle above all that were in Jerusalem before me:

5ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି, ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି;

6ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;

7ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋʼ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;

8ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।

9ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼ ଠାରେ ରହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.